ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5

1ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର। 2ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର। 3ପ୍ରକୃତରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ। 4କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। 5ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା’ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ। 6କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ୟ କେବଳ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ୟ ପ୍ରକୃତରେ ମୃତ। 7ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା’ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି। 8ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା’ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ। 9ବିଧବା ତାଲିକା (ସେବାକାର୍ଯ୍ୟରେ) ଆହୁରି ମଧ୍ୟ ଯୋଗ କରାଯାଇପାରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତା’ଠାରୁ ଅଧିକ ବୟସର ହୋଇଥିବେ। ସେ କେବଳ ସ୍ୱାମୀର ବିଶ୍ୱସ୍ତ ହୋଇଥିବେ। 10ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା। 11କିନ୍ତୁ ଯୁବତୀ ବିଧବାମାନଙ୍କୁ ସେହି ତାଲିକାଭୁକ୍ତ କର ନାହିଁ। ସେମାନେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହେବା ପରେ ମଧ୍ୟ ନିଜର ପ୍ରବଳ କାମାଭିଳାଷ ଯୋଗୁଁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହୋଇ ପାରନ୍ତି। ତା’ପରେ ସେମାନେ ପୁଣି ଥରେ ବିବାହ କରିବାକୁ ଇଚ୍ଛା କରନ୍ତି। 12ସେଥିପାଇଁ ସେମାନଙ୍କର ବିଗ୍ଭର ହେବ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ଯୋଗୁଁ ସେମାନେ ବଗ୍ଭରିତ ହେବେ। 13ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି। 14ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା’ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ। 15ଏଥିପୂର୍ବରୁ କେତେ ଜଣ ଯୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି। 16ଯଦି ଜଣେ ବିଶ୍ୱାସୀ ସ୍ତ୍ରୀଲୋକର ପରିବାରରେ ବିଧବାମାନେ ଅଛନ୍ତି, ତା’ହେଲେ ସେମାନଙ୍କର ସେ ନିଜେ ଯତ୍ନ ନେବା ଦରକାର। ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ୍ ନୁହେଁ। ତା’ପରେ ମଣ୍ଡଳୀ କେବଳ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନେବାରେ ସକ୍ଷମ ହେବ। 17ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି। 18କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା’ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।” ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା’ର ଦରମା ପାଇବା ଉଚିତ୍।” 19ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା’ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ। 20ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ। 21ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ। 22ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା’ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ। 23ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ। 24କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହୋଇ ଦେଖାଯାଏ କାରଣ ସେମାନଙ୍କର ବିଗ୍ଭର ହେବ ବୋଲି ସେମାନଙ୍କର ପାପଗୁଡ଼ିକ ଆଗତୁରା ଦେଖାଯାଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ। 25ଲୋକମାନଙ୍କ କ୍ଷେତ୍ରରେ ମଧ୍ୟ ଏହା ସତ। ଲୋକଙ୍କ ଭଲ କାମ ସହଜରେ ଦେଖାଯାଏ। କିନ୍ତୁ ଯେତେବେଳେ ସେହି ଭଲ କାମଗୁଡ଼ିକ ଦେଖାଯାଏ ନାହିଁ, ସେଗୁଡ଼ିକ ଲୁଚି ରହେ ନାହିଁ।

will be added

X\