WTC
Audio:
Drama
  • Drama
  • Non-Drama
Text Size

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 20 - Oriya - 1997 Edition - Bible.is - ORYWTC

  1  ଉତ୍ତେଜନା ଶାନ୍ତ ହେବା ପରେ ପାଉଲ ଯୀଶୁଙ୍କର ଶିଷ୍ୟମାନଙ୍କୁ ଡକାଇ ପାଠାଇଲେ ଓ ସେମାନଙ୍କୁ ଉତ୍ସାହିତ କଲେ। ତା’ପରେ ସେମାନଙ୍କଠାରୁ ବିଦାୟ ନେଇ ସେ ମାକିଦନିଆକୁ ଯାତ୍ରା କଲେ।   2  ସେହି ଅଞ୍ଚଳ ଦେଇ ଯିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସେମାନଙ୍କୁ ଉତ୍ସାହଜନକ କଥା କହିଲେ। ତା’ପରେ ସେ ଗ୍ରୀ‌ସ୍‌ରେ ପହଞ୍ଚିଲେ।   3  ସେଠାରେ ସେ ତିନି ମାସ ପର୍ଯ୍ୟନ୍ତ ରହିଲେ। ସେଠାରୁ ସୁରିଆକୁ ଜଳଯାତ୍ରା କରିବା ପାଇଁ ଗ୍ଭହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆକୁ ଫେରି ଯିବା ପାଇଁ ସ୍ଥିର କଲେ।   4  ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।   5  ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।   6  ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲି‌ପ୍‌ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।   7  ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ।   8  ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା।   9  ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।   10  ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।”   11  ତା’ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।   12  ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।   13  ଆମ୍ଭେମାନେ ସେଠାରୁ ଜାହାଜରେ ଆସସ୍ ନଗରକୁ ଯାତ୍ରା କଲୁ। ସେଠାରୁ ପାଉଲଙ୍କୁ ନେବା ପାଇଁ ଭାବିଥିଲୁ। ସେ ସ୍ଥଳ ମାର୍ଗରେ ଗ୍ଭଲି ଯିବା ପାଇଁ ଇଚ୍ଛା କଲେ।   14  ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ।   15  ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା’ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ।   16  ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।   17  ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।   18  ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ।   19  ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି।   20  ଯେଉଁସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସେହିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚରେ ପ୍ରଗ୍ଭର କରିଛି। ଜନସାଧାରଣଙ୍କ ସାମନାରେ ଓ ଘରେ ଘରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦେଇଛି।   21  ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।   22  “କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ।   23  ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।   24  କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।   25  “ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ।   26  ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଅଟେ।   27  କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି।   28  ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।   29  ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ।   30  ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।   31  ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କବାଣୀ ଶୁଣାଇ ଥିଲି।   32  “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।   33  ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ।   34  ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି।   35  ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”   36  ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।   37  ସେମାନେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢେଇ ଧରି ଚୁମ୍ବନ ଦେଲେ।   38  ସେମାନେ ତାହାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସେମାନଙ୍କୁ ବହୁତ ଦୁଃଖ ଦେଇଥିଲା। ସେମାନେ ସମସ୍ତେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ।