1 ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ? 2 ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ। 3 ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ। 4 ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ। 5 ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।” 6 କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।” 7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା’ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। 8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର। 9 ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ। 10 ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ। 11 ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା’ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା’ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ। 12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ। 13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର: 14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା’ପରେ ସେ ଗ୍ଭଲିଯାଏ। 15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” 16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ। 17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା’ହେଲେ ସେ ପାପ କରିଥାଏ।