WTC
Audio:
Drama
  • Drama
  • Non-Drama
Text Size

ଯୋହନ ଲିଖିତ ସୁସମାଗ୍ଭର 14 - Oriya - 1997 Edition - Bible.is - ORYWTC

  1  ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ,   2  ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି।   3  ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।   4  ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”   5  ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”   6  ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।   7  ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା’ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”   8  ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”   9  ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’   10  ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କର ଯେ, ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମୋ’ଠାରୁ ଆସି ନାହିଁ। ପରମପିତେ ମୋ’ ଭିତରେ ଅଛନ୍ତି ଓ ସେ ତାହାଙ୍କ କାର୍ଯ୍ୟ କରୁଛନ୍ତି।   11  ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି। ତୁମ୍ଭେ ମୋର ଏହି କଥା ବିଶ୍ୱାସ କର। କିମ୍ବା ମୁଁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରିଛି ସେଥିପାଇଁ ବିଶ୍ୱାସ କର।   12  “ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ’ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।   13  ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ।   14  ମୋ’ ନାମରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।   15  “ମୋତେ ଯଦି ତୁମ୍ଭେ ପ୍ରେମ କର, ତେବେ ମୋର ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।   16  ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ।   17  ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।   18  “ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି।   19  ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ।   20  ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ’ଠାରେ ଓ ମୁଁ ତୁମ୍ଭଠାରେ ଅଛି।   21  ଯେଉଁ ଲୋକ ମୋର ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତରେ ମୋତେ ପ୍ରେମ କରେ। ମୋତେ ପ୍ରେମ କରୁଥିବା ଲୋକକୁ ମୋ’ ପରମପିତା ମଧ୍ୟ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରିବି ଓ ନିଜକୁ ତା’ ନିକଟରେ ପ୍ରକାଶ କରିବି।”   22  ତା’ପରେ ଯିହୂଦା (ଇଷ୍କାରିୟୋତ ନୁହନ୍ତି) ତାହାଙ୍କୁ ପଗ୍ଭରିଲେ, “କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠାରେ ନିଜକୁ ଦେଖାଇବା ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦେଖାଉ ନାହାନ୍ତି।”   23  ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ।   24  କିନ୍ତୁ ଯେଉଁ ଲୋକ ମୋତେ ପ୍ରେମ କରେ ନାହିଁ, ସେ ମୋର ଉପଦେଶ ମାନେ ନାହିଁ। ମୋ’ଠାରୁ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତରେ ମୋର ନୁହେଁ। ଏହା ମୋତେ ପଠାଇ ଥିବା ପରମପିତାଙ୍କର।   25  “ମୁଁ ତୁମ୍ଭ ସହିତ ଥିବା ସମୟରେ ଏହିସବୁ କଥା ତୁମ୍ଭମାନଙ୍କୁ କହିଛି।   26  କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।   27  “ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା’ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।   28  ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ’ଠାରୁ ମହାନ୍।   29  ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡ଼ିକ ବର୍ତ୍ତମାନ ଜଣାଇଦେଲି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ୱାସ କରିବ।   30  “ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହେବି ନାହିଁ। ଏ ଜଗତର ଶାସକ ଆସୁଛି। ମୋ’ ଉପରେ ତା’ର କୌଣସି କ୍ଷମତା ନାହିଁ।   31  କିନ୍ତୁ ଏହି ଜଗତ ଜାଣିବା ଉଚିତ୍ ଯେ, ମୁଁ ପରମପିତାଙ୍କୁ ପ୍ରେମ କରେ। ତେଣୁ ପରମପିତା ମୋତେ ଯେପରି କହିଛନ୍ତି, ମୁଁ ଠିକ୍ ସେହିପରି କରିବି। ଗ୍ଭଲ ଯିବା। “ଆମ୍ଭେ ଏ ସ୍ଥାନ ତ୍ୟାଗ କରିବା।”