ମାର୍କ ଲିଖିତ ସୁସମାଗ୍ଭର 9

1ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା’ର କ୍ଷମତା ନେଇ ଆସିବ।” 2ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। 3ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। 4ଏଲିୟ ଓ ମୋଶା ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। 5ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” 6ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ। 7ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!” 8ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ। 9ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁ‌ତ୍‌ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା’ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ। 10ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବାର ଅର୍ଥ କ’ଣ? 11ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?” 12ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ। 13ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।” 14ତା’ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି। 15ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ। 16ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?” 17ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ। 18ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।” 19ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।” 20ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା। 21ଯୀଶୁ ପିଲାର ବାପାକୁ ପଗ୍ଭରିଲେ, “କେତେ ଦିନ ହେଲା ପିଲାର ଏମିତି ହେଉଛି?” ତା’ର ବାପା କହିଲେ, “ପିଲାଟିଦିନରୁ ଏମିତି ହେଉଛି।” 22ଦୁଷ୍ଟାତ୍ମା ତାକୁ ମାରିବାକୁ ଅନେକ ଥର ପାଣିକୁ ଓ ଅନେକ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା’ ପାଇଁ କିଛି କରି ପାରନ୍ତି, ତେବେ ଆମ୍ଭ ପ୍ରତି ଦୟା ହେବ ଓ ଆମ୍ଭକୁ ସାହାଯ୍ୟ ହେବ।” 23ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।” 24ପିଲାଟିର ବାପା ଉଚ୍ଚସ୍ୱର କରି କହିଲା, “ମୁଁ ବିଶ୍ୱାସ କରୁଛି। ମୋତେ ଅଧିକ ବିଶ୍ୱାସ କରିବା ପାଇଁ ସାହାଯ୍ୟ କରନ୍ତୁ।” 25ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।” 26ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।” 27କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସେହି ପିଲା ଠିଆ ହେଲା। 28ତା’ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?” 29ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।” 30ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ। 31କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।” 32ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ। 33ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” 34କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଟ କିଏ? 35ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।” 36ତା’ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ, 37“ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।” 38ଯୋହନ ଯୀଶୁଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ନାମ ନେଇ ଲୋକଙ୍କ ଦେହରୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭେମାନେ ଦେଖିଲୁ। ଆମ୍ଭେମାନେ ତାକୁ ମନା କରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।” 39କିନ୍ତୁ ଯୀଶୁ କହିଲେ, “ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମୋ’ ନାମ ନେଇ ଶକ୍ତିର କାର୍ଯ୍ୟ କରିପାରେ, ସେ ମୋ’ ନାମରେ ଆଉ ଖରାପ କଥା କହି ପାରିବ ନାହିଁ।” 40ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ। 42“ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା। 43ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 45ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 47ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ। 48ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ। 49“ନିଆଁରେ ପ୍ରତ୍ୟେକ ଲୋକକୁ ଦଣ୍ଡିତ କରାଯିବ। 50“ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା’ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”

will be added

X\