WTC
Audio:
Drama
  • Drama
  • Non-Drama
Text Size

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10 - Oriya - 1997 Edition - Bible.is - ORYWTC

  1  ତା’ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।   2  ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।   3  ସେ ସିଂହ ଗର୍ଜନ ପରି ଜୋର୍‌‌ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ।   4  ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”   5  ତା’ପରେ ସେହି ସ୍ୱର୍ଗଦୂତ ଯେକି ସମୁଦ୍ର ଓ ପୃଥିବୀ ଉପରେ ପାଦଦେଇ ଠିଆ ହୋଇଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ୱର୍ଗକୁ ଉଠାଇଲେ।   6  ଯେ ନିତ୍ୟଜୀବିତ, ଯେ ଆକାଶ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମରେ ସେହି ସ୍ୱର୍ଗଦୂତ ଶପଥକରି କହିଲେ, “ଆଉ ଅଧିକ ବିଳମ୍ବ ହେବ ନାହିଁ।   7  କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”   8  ତା’ପରେ ମୁଁ ସେହି ସ୍ୱର ସ୍ୱର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ୱର ମୋତେ କହିଲା, “ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ଚର୍ମପତ୍ରଟି ନିଅ।”   9  ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମୋତେ କହିଲେ, “ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପେଟକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।”   10  ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନେଲି ଓ ଖାଇଲି। ମୋ’ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତେବେଳେ ମୁଁ ଏହାକୁ ଢୋକିଲି, ପେଟରେ ଏହା ଖଟା ଲାଗିଲା।   11  ତା’ପରେ ସେମାନେ ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟରେ ତୁମ୍ଭକୁ ଆହୁରି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବାକୁ ପଡ଼ିବ।”