ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4

1ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” 2ତ‌‌‌‌‌ତ୍‌‌‌‌‌କ୍ଷଣାତ‌୍ ‌ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ। 3ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା। 4ସେହି ସିଂହାସନର ଗ୍ଭରିପାଖରେ ଆଉ ଚବି‌ଶ୍‌ଟି ସିଂହାସନ ଥିଲା। ସେହି ଚବି‌ଶ୍‌ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। 5ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି। 6ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା। ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। 7ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା। 8ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ: “ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର। ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।” 9ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। 10ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି: 11“ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”

will be added

X\