ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6

1ତା’ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ” 2ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ। 3ତା’ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। 4ତା’ପରେ ଆଉ ଗୋଟିଏ ଲାଭ ଘୋଡ଼ା ଆସିଲା। ସେହି ଘୋଡ଼ାର ଆରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରିଦେବେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ। 5ତା’ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା। 6ତା’ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।” 7ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।” 8ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆରୋହୀଙ୍କର ନାମ ଥିଲା, ‘ମୃତ୍ୟୁ’। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଯାଇଥିଲା। ସେମାନଙ୍କୁ ଖ‌‌ଡ଼୍‌ଗ, ଅନାହାର, ରୋଗ ଓ ପୃଥିବୀର ବନ୍ୟ ପଶୁଙ୍କ ଦ୍ୱାରା ଲୋକମାନଙ୍କୁ ମାରିଦେବାକୁ ଶକ୍ତି ଦିଆଗଲା। 9ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା। 10ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?” 11ତା’ପରେ ପ୍ରତ୍ୟେକ ଆତ୍ମାଙ୍କୁ ଗୋଟିଏ ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସେମାନଙ୍କୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠାରେ ଥିବା ସେମାନଙ୍କର ଅନ୍ୟସବୁ ଭାଇମାନଙ୍କୁ ସେମାନଙ୍କ ପରି ହତ୍ୟା କରାଯିବା ପର୍ଯ୍ୟନ୍ତ ଓ ସେମାନଙ୍କ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ୟାର ସବୁକିଛି ସରିବା ପର୍ଯ୍ୟନ୍ତ ସେମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। 12ତା’ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା। 13ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ। 14ଆକାଶ ଭାଗଭାଗ ହୋଇଗଲା ଓ ଚର୍ମପତ୍ର ଭଳି ଗୁଡ଼େଇ ହୋଇଗଲା। ପର୍ବତ ଓ ଦ୍ୱୀପସମୂହ ନିଜ ନିଜ ସ୍ଥାନରୁ ସ୍ଥାନଚ୍ୟୁତ ହୋଇଗଲେ। 15ତା’ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ। 16ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ। 17ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

will be added

X\